ads

Breaking News

ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବ ବୋଲି ଆନୁମାନ

ସାକ୍ଷୀଗୋପାଳ ----- ଆଜି ରାତିରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୟାଗଡ଼, ଢ଼େଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଦିଆଯାଇଛି । ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି । ଆଜି ରାତି ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ads

Blog Archive

Popular Posts