ads

Breaking News

ଆନ୍ତଃଜାତି ଦମ୍ପତିଙ୍କୁ ଆର୍ଥିକ ସହାୟତା ପ୍ରଦାନ


 J Sheti
puri
ପୁରୀ ---- ଆନ୍ତଃଜାତି ବିବାହ କରିଥିବା ଦମ୍ପତି ମାନଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ମୋଟ‌‌ ୪୪ ଜଣ ଦମ୍ପତିଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଆନ୍ତଃଜାତି ବିବାହକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ସଂପୃକ୍ତ ଦମ୍ପତି ମାନେ ଖୁସି ବ୍ୟକ୍ତ ହେବା ସହ ଜିଲ୍ଲାପାଳଙ୍କୁ ସାଧୁବାଦ ଜଣାଇଥିଲେ। ଏଥିରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। 
ପୁରୀ ରୁ ଜୟନ୍ତ କୁମାର ସେଠୀ

ads

Blog Archive