ads

Breaking News

ଶିକ୍ଷକ ଶିକ୍ଷୟିତ୍ରୀ ପାଠ୍ୟ ପୁସ୍ତକ ବାଣ୍ଟିଲେ


ଓଡ଼ଗାଁ -- କରୋନା ସଂକ୍ରମଣରୁ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ରଖିବା ଏବଂ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏପ୍ରିଲ ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ  ଯୋଗାଇଦେବା ପାଇଁ  ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଛି । ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ସମସ୍ତ ପିଲାଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇବା ପାଇଁ ଜିଲ୍ଲାର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ନୟାଗଡ ଜିଲ୍ଲା ଶିକ୍ଷାଧିକାରୀ ,ଡିପିସି ଏବଂ ଓଡ଼ଗାଁ ବ୍ଲକ ଶିକ୍ଷାଧିକାରୀଙ୍କର ନିର୍ଦ୍ଦେଶ କ୍ରମେ ଓଡ଼ଗାଁ ବ୍ଲକର ୧୫ଟି କ୍ଲଷ୍ଟରରେ ଥିବା ବିଦ୍ୟାଳୟଗୁଡିକରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଘରକୁ  ଘର ଯାଇ ପାଠ୍ୟପୁସ୍ତକ ବଣ୍ଟନ କରୁଛନ୍ତି ।
ସୂଚନା ଅନୁଯାୟୀ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ୍ ଅନ୍ତର୍ଗତ କୋମଣ୍ଡକ୍ଳଷ୍ଟରର ସମସ୍ତ ବିଦ୍ୟାଳୟ ରେ ପ୍ରତ୍ୟେକ ଛାତ୍ର ଛାତ୍ରୀ ଙ୍କୁ ପାଠ୍ୟପୁସ୍ତକ ବଣ୍ଟନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରଞ୍ଜନ କୁମାର ଦାଶ ତଦାରଖ କରିଥିଲେ।  
କୁରାଳରୁ ଅର୍ଜୁନ ସାହୁ

ads

Blog Archive

Popular Posts