ads

Breaking News

- ଜିଲ୍ଲାସ୍ତରୀୟ ୭୪ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ପୁରୀ--- ପୁରୀ ଜିଲ୍ଲାସ୍ତରୀୟ ୭୪ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ବଲ‍ୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଚଳିତବର୍ଷ ଜିଲ୍ଲସ୍ତରୀୟ ସ୍ବାଧୀନତା ଦିବସ ଆଡମ୍ବରଭାବେ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟ୍ସ କମ୍ପ୍ଲେକ୍ସ ପଡିଆରେ ଆୟୋଜନ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଘଟିକା ସମୟରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ ପୂର୍ବକ ପ୍ୟାରେଡ ଅଭିବାଦନ ଗ୍ରହଣ କରିବେ । କେବଳ ପୁଲିସ ବାହିନୀ ପକ୍ଷରୁ ଉତ୍ସବ ପାଳନୀୟ ପ୍ୟାରେଡ ହେବ ଓ ଅନ୍ୟ କୌଣସି ଦଳକୁ ଏଥିପାଇଁ ଅନୁମତି ଦିଆଯିବ ନାହିଁ । କୋଭିଡ ଯୋଦ୍ଧାଭାବେ ପରିଚିତ ଆଶା,ଅଙ୍ଗନୱାଡି କର୍ମୀ, ଏଏନଏମ୍, ସ୍ବାସ୍ଥ୍ୟ କର୍ମୀ, ଡାକ୍ତର, ପୁଲିସ, ଅଗ୍ନିଶମ, ସଫେଇ କର୍ମୀ, ଆମ୍ବୁଲାନ୍ସ ଡ୍ରାଇଭର ଓ କରୋନାରୁ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ଉତ୍ସବକୁ ଆମନ୍ତ୍ରିତ କରାଯିବ । ବାହାର ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ସ୍ବାଧୀନତା ଦିବସ ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯିବ । ପୌରସଂସ୍ଥା ପକ୍ଷରୁ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପ୍ୟଣ କରାଯିବ ।  ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଖିଳେଶ୍ବର ସିଂ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ସୌନ୍ଦର୍ଯ୍ୟ ମଞ୍ଜରୀ ଦାସ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଜି.ସି ରାୟ,ରିଜର୍ଭ ଇନିସପେକ୍ଟର ଶ୍ରୀ ଚନ୍ଦ୍ରଶେଖର ଦାସ ପ୍ରମୁଖ ଉପସ୍ଥିତ ଥିଲେ । 
ପୁରୀ ରୁ ଜୟନ୍ତ କୁମାର ସେଠୀ

ads

Blog Archive

Popular Posts