ads

Breaking News

ବରକେରାରେ ଜାତୀୟ ଯୁବ ଦିବସ ପାଳିତ


 ଡେଲାଙ୍ଗ ------ ଡେଲାଙ୍ଗ ବ୍ଳକ ମୁନିନ୍ଦା ଗ୍ରାମ ପଞ୍ଚାୟତର ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି ।  ସର୍ବ ପ୍ରଥମେ ବିଦ୍ୟାଳୟ ପରିସରରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନଙ୍କ ଦ୍ୱାରା ମାଲ୍ୟର୍ପଣ କରାଯାଇଥିଲା । ପରେ ପରେ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ଧୂପ, ଦୀପ ଓ ମାଲ୍ୟର୍ପଣ କରାଯାଇଥିଲା । ସରକାରଙ୍କ କୋଭିଡ-୧୯ ଆଇନ ଅନୁଯାୟୀ ଏକ ସଭା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ ଅନୁଷ୍ଠିତ ସଭାରେ ସଭାପତିତ୍ୱ କରିଥିଲେ । ବିଦ୍ୟାଳୟର ଶିକ୍ଷକ ମିଟୁ କିଶୋର  ପ୍ରଧାନ,ଶିକ୍ଷୟତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ପର୍ଶୁରାମ ସାହୁ , ବିରଞ୍ଚି ନାରାୟଣ ବରାଳ, ସୁଧିର କୁମାର ଜେନା, ପୁରୁଶୋତ୍ତମ ନାୟକ ଓ ପରିଚାଳନା କମିଟିର ସଭାପତି ସୁବାଷ ଚନ୍ଦ୍ର ମାହୁନ୍ତ ଯୋଗ ଦେଇଥିଲେ । ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ପାଇଁ ବକ୍ତାମାନେ ନିଜ ନିଜର ମତ ପ୍ରକାଶ କରିଥିଲେ । ଶେଷରେ ପରିବେଶ କର୍ମୀ ତଥା ଶିକ୍ଷକ ମିଟୁ କିଶୋର ପ୍ରଧାନ ବିବେକାନନ୍ଦଙ୍କ ସ୍ମାରକୀ ଅବସରରେ ବୃକ୍ଷ ରୋପଣ କରାଯିବା ସହ ଚାରା ବଣ୍ଟନ କରାଯାଇଥିଲା । ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୧୨/୧/୨୦୨୧----୯,୩୫

ads

Blog Archive