ads

Breaking News

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍ ଅବଧି : ଜୁନ୍ ୧ ପର୍ଯ୍ୟନ୍ତ


ଭୁବନେଶ୍ୱର---   ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ସରକାର ଲକଡାଉନ୍ ଅବଧିକୁ  ଜୁନ ୧ ତାରିଖ ପର୍ଯ୍ୟନ୍ତ  ରାଜ୍ୟରେ ଲକଡାଉନ୍ କଟକଣା ବଳବତ୍ତର ରହିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଲକଡାଉନକୁ ସରକାର ୨ ସପ୍ତାହ ବୃଦ୍ଧି କରିଛନ୍ତି ।  ପୂର୍ବଭଳି ସପ୍ତାହନ୍ତ ସଟଡାଉନ୍ ଜାରି ରହିବ । ପୂର୍ବାପେକ୍ଷା କଟକଣାକୁ ବଢ଼ାଯାଇଛି । ଏଣିକି ସୋମବାର ଠାରୁ ଶୁକ୍ରବାର ଯାଏ ୪ ଘଣ୍ଟା ମଧ୍ୟରେ ପନିପରିବା କିଣିହେବ । ସକାଳ ୭ଟାରୁ ଦିନ ୧୧ଟା ଯାଏ ପାଦରେ ଚାଲି ଚାଲି ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣି ପାରିବେ । ଲକଡାଉନ୍ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।ମାଲ୍ ପରିବହନ ଉପରେ କୌଣସି କଟକଣା ରହିବ ନାହିଁ । ବିବାହରେ ସର୍ବାଧିକ ୨୫ ଜଣ ସାମିଲ୍ ହୋଇପାରିବେ । ଭୋଜି ଭାତ ହୋଇପାରିବ ନାହିଁ । କେବଳ ପ୍ୟାକେଟ୍ ମାଧ୍ୟମରେ ଖାଇବାକୁ ଦେଇପାରିବେ ପ୍ରଥମ ପର୍ଯ୍ୟାୟ ଲକଡାଉନ୍ ଅପେକ୍ଷା ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନରେ ସରକାରୀ ଓ ବେସରକାରୀ ଅଫିସରେ କର୍ମଚାରୀଙ୍କ ସଂଖ୍ୟା ଆହୁରି କମ୍ ରହିବ । ଏନେଇ ନୂଆ ନିର୍ଦ୍ଦେଶନାମା ଜାରି କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ଧୀରେନ୍ଦ୍ର ସେନାପତି ,୧୮/୫/୨୦୨୧-----୪,୦୦

 Sakhigopal News,18/5/2021

ads

Blog Archive

Popular Posts