ବନାଞ୍ଚଳସ୍ତରୀୟ ବନାଗ୍ନି ପ୍ରଶମନ ସୁପରିଚାଳନା ପ୍ରସ୍ତୁତି ବୈଠକ
ଭଞ୍ଜନଗର-- ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ବନାଞ୍ଚଳ ସମ୍ବରବନ୍ଧ ସ୍ଥାୟୀ ଚାରା ଉପ୍ରାଦାନ କେନ୍ଦ୍ର ଠାରେ ବନାଞ୍ଚଳସ୍ତରୀୟ ବନାଗ୍ନି ପ୍ରଶମନ ସୁପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧିକାରୀ ଉମାକାନ୍ତ ଦାଶ ଅଧକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ବନଖଣ୍ଡ ଅଧିକାରୀ ସୂଦର୍ଶନ ବେହେରା ଯୋଗଦେଇ ଥିବା ବେଳେ ଅବସରପ୍ରାପ୍ତ ବନଖଣ୍ଡ ଅଧିକାରୀ ସୁରେଶ ଚନ୍ଦ୍ର ହୋତା, ସମାଜସେବୀ ଶୂଳପାଣି ଶତପଥୀ,ଅନୂପମ ବାନାର୍ଜୀ ପ୍ରମୁଖ ମଞ୍ଚାସୀନ ଥିଲେ । ଆଗକୁ ଗ୍ରୀଷ୍ମରୂତୁ ଆସୁଥିବାରୁ ଜଙ୍ଗଲରେ ଯେପରି ନିଆଁ ନ ଲାଗିବ ତାହାରି ଉପରେ ନଜର ରଖିବା ସହ ଯଦି ନିଆଁ ଲାଗେ , ତେବେ ତାହାକୁ କିଭଳି ଲିଭାଇବାକୁ ହେବ ସେ ସଂକ୍ରାନ୍ତରେ ବନାଞ୍ଚଳ ଅଧିକାରୀ ଶ୍ରୀ ଦାଶ ଅବଗତ କରାଇଥିଲେ । ଏବଂ ଉପସ୍ଥିତ ଥିବ ବନପାଳ, ବନରକ୍ଷୀ ଓ ବିଭିନ୍ନ ସ୍ଥାନରୁ ଆସିଥିବା ୩୨ଟି ବନ ସୁରକ୍ଷା ସମିତିର ସଭ୍ୟ ଓ ସଭ୍ୟା ମାନଙ୍କୁ ପରାମର୍ଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମକୁ ସ୍ବାତି ଅନୁଷ୍ଠାନର କର୍ମଚାରୀ ଓଗେରେଡା ବନପାଳ ଦିଲ୍ଲୀପ କୁମାର ଦାଶ,ଜଗନ୍ନାଥପ୍ରସାଦ ବନପାଳ ଇଶ୍ବା ଗଣେଷ,ବେଲଗୁଣ୍ଠା ବନପାଳ ସୁଧୀର ପଟ୍ଟନାୟକ ଏବଂ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୪/୨/୨୦୨୩----୮,୪୫ Sakhigopal News,4/2/2023



