ads

Breaking News

ଡିଏଭି ପିଟି ଏସ ଆର ବିଦ୍ୟାଳୟରେ ସ୍ବାଧୀନତା ଦିବସ ପାଳନ



ଭଞ୍ଜନଗର--  ଡିଏଭି ପିଟି ଏସ ଆର ପବ୍ଲିକ ସ୍କୁଲ ଭଞ୍ଜନଗରରେ ୭୭ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ବିଦ୍ୟାଳୟ ତରଫରୁ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଅମର ନାଥ ରଥ ଓ ଅନ୍ୟ ଅତିଥି ମାନେ ଯୋଗ ଦେଇଥିଲେ।  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବାସୁଦେବ ପାଣିଗ୍ରାହୀ ଓ ଅନ୍ୟ ଅତିଥି ମାନଙ୍କୁ ସ୍କୁଲର ସ୍କାଉଟ , ଗାଇଡ ଏବଂ ହାଉସ ଲିଡର ମାନଙ୍କ ଦ୍ବାରା ଏସର୍କଟ କରାଯାଇ ନିଆଯାଇଥିଲା । ପ୍ରଧାନ ଶିକ୍ଷକ ଶ୍ରୀ ବାସୁଦେବ ପାଣିଗ୍ରାହୀ ସ୍ବାଧୀନତା ସଂଗ୍ରାମୀଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀ  ଜି.ସ୍ନିଗ୍ଧା ରାଣୀଙ୍କ ଦ୍ବାରା ଏହି କାର୍ଯ୍ୟକ୍ରମର ପରିଚାଳନା କରାଯାଇଥିଲା । ସ୍କାଉଟ ଶିକ୍ଷକ ଶ୍ରୀ ଗଣେଶ ବାହାଦୁର ,ଗାଇଡ ଶିକ୍ଷୟିତ୍ରୀ ଶ୍ରୀମତୀ ଧରିତ୍ରୀ ବାଳା ପଣ୍ଡାଙ୍କ ତତ୍ବାବଧାନରେ ସ୍କାଉଟ, ଗାଇଡ ଓ ହାଉସ  ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ କରାଯାଇ ଜାତୀୟ ପତାକାକୁ ସମ୍ମାନ ପ୍ରଦାନ କରାଯାଇଥିଲା।   ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ଦ୍ବାରା ସ୍ବାଧୀନତା ଦିବସ ଉପଲକ୍ଷେ  ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ହାଉସ ଅନୁସାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରିଶେଷରେ  ଶିକ୍ଷୟିତ୍ରୀ ଶ୍ରୀମତୀ ରୀନା ପ୍ରଧାନଙ୍କ ଦ୍ବାରା ଧନ୍ୟବାଦ ଅର୍ପଣ କରାଯାଇ ଛାତ୍ରମାନଙ୍କୁ ବିଦ୍ୟାଳୟ ତରଫରୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଜାତୀୟ ପତାକାକୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୫/୮/୨୦୨୩----୮,୪୫ Sakhigopal News,15/8/2023

ads

Blog Archive

Popular Posts