ads

Breaking News

ଜାତୀୟ ଗଣିତ ଦିବସ ପାଳନ


 
ବରଗଡ଼ ---- ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ "ଜାତୀୟ ଗଣିତ ଦିବସ" ପାଳିତ ହୋଇଯାଇଛି।ଏହି ଅବସରରେ ପୂର୍ଣ୍ଣ ଚନ୍ଦ୍ର ତରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ଗଣିତ ଦିବସ ବିଷୟରେ ମାର୍ଗ ଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ  ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ  ତାପସ ଭୋଇ ଯୋଗ ଦେଇ ଜାତୀୟ ଗଣିତ ଦିବସ ବିଷୟରେ ବକ୍ତବ୍ୟ ରଖିଥିଲେ। ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗୁରୁମା ଶ୍ରୀମତୀ ଶ୍ରୁତି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ ୨୨/୧୨/୨୦୨୩---୮,୪୫ Sakhigopal News,22/12/2023

ads

Blog Archive

Popular Posts