ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ରେ ପିଏମଶ୍ରା ଉତ୍ସବ ପାଳନ
ସାକ୍ଷୀଗୋପାଳ ----ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଥମ କରି ପିଏମଶ୍ରା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ ସ୍ଥାନୀୟ ବିଧାୟକ ଓମ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ପ୍ରଥମେ ବିଧାୟକ ବିଦ୍ୟାଳୟ ପରିସରରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ପରେ ପିଏମଶ୍ରା ପକ୍ଷରୁ କରାଯାଇଥିବା ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା କରାଯାଇଥିବା ଖାଦ୍ୟ ଦୋଖାନ ଷ୍ଟଲ ଗୁଡିକ ବୁଲିବା ସହ ପିଲାଙ୍କ ଠାରୁ କିଣି କି ଗୁପୁଚୁପ ଖାଇଥିଲେ। ଏହି ଅବସରରେ ଅନୁଷ୍ଠିତ ସାଧାରଣ ସଭାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅମିତା ସେନାପତି ସଭାପତିତ୍ବ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅବସର ପ୍ରାପ୍ତ ଶିକ୍ଷକ ସତ୍ୟବାଦୀ ଦାଶ , ବନମାଳୀ ବେହେରା,ବିଜୟ କୁମାର ପରିଡ଼ା, ଜୟପୁର ପଞ୍ଚାୟତ ରସମିତିସଭ୍ଯ ଦୀପକ ଶତପଥୀ, ଜିଲ୍ଲା ପରିଷଦ ସଭ୍ୟା ବିଷ୍ଣୁ ପ୍ରିୟା ବରାଳ, ଆଲୁମିନା ସଭାପତି କିଶୋର ଚନ୍ଦ୍ର ମହାପାତ୍ର, ନୋଡାଲ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ତ୍ରିପାଠୀ, ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ନିରଞ୍ଜନ କର , ବୀରଗୋବିନ୍ଦପୁର ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଯୋଗେଶ ଚନ୍ଦ୍ର ନାୟକ ଓ ବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି ଚକ୍ରଧର ସାହାରା ଯୋଗ ଦେଇଥିଲେ। ବିଦ୍ୟାଳୟ ର ସହ ଶିକ୍ଷୟତ୍ରୀ ଗିତାଞ୍ଜଳି ବେହେରା ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ବାଗତ ଭାଷଣ ଦେଇଥିଲେ। ସେହିପରି ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନମିତା ସେନାପତି କାର୍ଯ୍ୟକ୍ରମ ସମ୍ପର୍କରେ ମତ ପ୍ରକାଶ କରିଥିଲେ। ସମସ୍ତ ଅତିଥି ମାନେ ଏହି କାର୍ଯ୍ୟକ୍ରମ କୁ ପ୍ରଶଂସା କରିଥିଲେ। ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୦/୧୨/୨୦୨୫----୮,୪୫ Sakhigopal News 20/12/2025
