ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚବିଂଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ସାକ୍ଷୀଗୋପାଳ ----ବାସୁକେରା ସ୍ଥିତ ସତ୍ଯବାଦୀ ଶିଶୁ ବିଦ୍ୟା ମନ୍ଦିରର ପଞ୍ଚବିଂଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ,ସତ୍ୟବାଦୀ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଧାୟକ ତାଙ୍କ ଭାଷଣରେ କହିଥିଲେ ଯେଉଁ ପିଲା ର ଯିଜ୍ଞାସ ନ ରହିଛି ସେ ପର୍ଯ୍ୟନ୍ତ ପିଲା ଆଗେଇ ପାରିବ ନାହିଁ। ଆଜି ର ଦିନରେ ସଫଳ ପାଇଥିବା ବ୍ୟକ୍ତି ର ପଛରେ ନିଶ୍ଚିତ ଜଣେ ଗୁରୁ ଅଛନ୍ତି।ଜଣେ ଗୁରୁ, ଗୁରୁମା ସବୁବେଳେ ମୁଣ୍ଡିଆ ରହିଛି ବୋଲି କହିଥିଲେ।ଅନ୍ୟ ତମ ଅତିଥି ଭାବେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ସମ୍ପାଦକ ବାଉରୀବନ୍ଧୁ ସ୍ବାଇଁ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜୟନ୍ତ କୁମାର ତ୍ରିପାଠୀ, ଓଡ଼ିଶା ଶିକ୍ଷା ବିକାଶ ସମିତିର କୋଷାଧ୍ୟକ୍ଷ ସତ୍ୟନାରାୟଣ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟ ର ପ୍ରଧାନ ଗୁରୁଜୀ ଦେବ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ବାଗତ ଭାଷଣ ଦେଇଥିଲେ। ସେହିପରି ବିଦ୍ୟାଳୟ ର ସମ୍ପାଦକ ଶ୍ରୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟ ପକ୍ଷରୁ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟ ଅତିଥି ଶ୍ରୀ ପାଣିଗ୍ରାହୀ ତାଙ୍କ ଅଭିଭାଷଣରେ କହିଥିଲେ ଯେ ଏହି ବିଦ୍ୟାଳୟ ଶିକ୍ଷା ଦେବା ସହ ପିଲାମାନଙ୍କୁ ସତ ବାଟରେ ଯିବା ପାଇଁ ଆଗେଇ ନେଇଥାଏ ବୋଲି କହିଥିଲେ। ସେହିପରି ବିଦ୍ୟାଳୟ ପକ୍ଷରୁ ଦଶମ ଶ୍ରେଣୀରେ ଏ ଗ୍ରେଡ଼ ପାଇଥିବା ଛାତ୍ରଛାତ୍ରୀ ମାନଙ୍କ ସହ ବିଭିନ୍ନ ପରୀକ୍ଷାରେ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ସିଲ୍ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଅତିଥି ମାନଙ୍କ ଦ୍ଵାରା ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଳମ୍ବିତ ରାତି ପର୍ଯ୍ୟନ୍ତ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ କାର୍ଯ୍ୟକ୍ରମ କୁ ଗୁରୁମା ସସ୍ମିତା ବିଶ୍ୱାଳ ସଂଯୋଜନା କରିଥିଲେ।
